Reporters Today
  • Home
  • ଓଡିଶା
  • ଅବ୍ୟବହୃତ ସରକାରୀ ସମ୍ପତ୍ତି ପାଇବ ମିଶନ ଶକ୍ତି
ଓଡିଶା

ଅବ୍ୟବହୃତ ସରକାରୀ ସମ୍ପତ୍ତି ପାଇବ ମିଶନ ଶକ୍ତି

(ରିପୋଟର୍ସ ଟୁଡେ): ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମାନଙ୍କରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା ,ଦୋକାନ ଘର ଗଡ଼ିଆ ପୋଖରୀ ଇତ୍ୟାଦି। ଏଗୁଡିକୁ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ । ସାଧାରଣ ଲୋକ ଉପକାର ପାଇବେ । ମିଶନ ଶକ୍ତିର ମା ମାନେ ତାକୁ ଆଥିର୍କ କାର୍ୟ୍ୟରେ ଲଗାଇ ପାରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି ।ମିଶନ ଶକ୍ତି ଆଜି ପରିବର୍ତନର କର୍ଣଧାର ହୋଇଛି । ମା ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ମିଶନ ଶକ୍ତି କୁ ଏକ ସ୍ବତନ୍ତ୍ର ବିଭାଗ ର ମାନ୍ୟତା ଦେଇଛନ୍ତି ।ଆମର ୭୦ ଲକ୍ଷ ମା ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତା ର ସହ ସେବା ଯୋଗାଇବ ବୋଲି ଆଶା କରାଯାଉଛି ।

Related posts

କୃଷି ମେଳା ଓ ପ୍ରଦର୍ଶନୀ ଉଦଘାଟିତ

Report

ସମୁଦ୍ର କୂଳରେ ଜବରଦଖଲ ଉଚ୍ଛେଦ

Report

ନେପାଳ ରାଷ୍ଟ୍ରଦୂତ ଙ୍କ କୋଣାର୍କ ସୂର୍ୟ୍ୟ ମନ୍ଦିର ପରିଦର୍ଶନ

Report

Leave a Comment