(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିନ୍ହଟ :-
New recoveries: 20
Cumulative tested: 30928862
Positive: 1287854
Recovered: 1278536
Active cases: 144— I & PR Department, Odisha (@IPR_Odisha) April 11, 2022
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୪ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୫୪ ଜଣ ଜଣକୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୦୯୨୮୮୬୨ସାମ୍ପୁଲ ଟେଷ୍ଟ୍ ହୋଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୩୬ ଜଣ ସୁସ୍ଥ ହୋଇଛନ୍ତି ।