ଭୁବନେଶ୍ୱର: ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ସେ ଏନେଇ ଗଣଶିକ୍ଷା ମନ୍ତ୍ରୀ ବୋର୍ଡ କର୍ତ୍ତୃପକ୍ଷ ସହ ଆଲୋଚନା କରିଥିବା ଜଣାପଡିଛି। ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କରୋନା ମହାମାରୀର ଦୁଇ ବର୍ଷ ପରେ ଚଳିତ ବର୍ଷ ଅଫଲାଇନ ମାଧ୍ୟମରେ ପରୀକ୍ଷା ଦେଇଥିଲେ। ସଂପ୍ରତି ବୋର୍ଡ କର୍ତ୍ତୃପକ୍ଷଙ୍କ ଦ୍ୱାରା ମାଟ୍ରିକ ଖାତା ଦେଖା ଜାରି ରହିଛି। ସୂଚନାଯୋଗ୍ୟ ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୭ରେ ସରିଥିଲା। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍ ପରୀକ୍ଷା ହୋଇଥିବା ବେଳେ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ ହୋଇଥିଲେ। ମୂଲ୍ୟାଙ୍କନ ପ୍ରକ୍ରିୟା ମେ ୨୧ ରୁ ୫୮ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଆରମ୍ଭ ହୋଇଥିଲା।