୮ ଦଫା ଦାବି ନେଇ ବିଜେପିର ବ୍ଲକ ଘେରାଓ

0

(ଓମ୍ ପ୍ରକାଶ ମିଶ୍ର / ସୋନପୁର): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବିଜେପି ପକ୍ଷରୁ ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ଘେରାଓ କରାଯାଇଛି । ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ଅଞ୍ଚଳରେ ଉନ୍ନୟନ କାର୍ଯ୍ୟାରେ ଅନେକ ଦୁର୍ନିତି ଚାଲିଥିବାବେଳେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନଥିବା ଅଭିଯୋଗ ହୋଇଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାଠୁ ଆରମ୍ଭ କରି ଜନକଲ୍ୟାଣକାରୀ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି । ସେପଟେ ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଥିବାବେଳେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଯୋଗାଇଦେବା ଭଳି ୮ ଦଫା ଦାବି ନେଇ ଏକ ଦାବି ପତ୍ର ବିଡିଓଙ୍କ ମାଧ୍ୟମରେ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ।