୨୪ ଘଣ୍ଟାରେ ୧୧୬୦୭ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ସମୁଦ୍ର ପରି ମାଡି ଚାଲିଛି । ପୁଣି ଦୈନିକ ୧୧ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି। ୨

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ସମୁଦ୍ର ପରି ମାଡି ଚାଲିଛି । ପୁଣି ଦୈନିକ ୧୧ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି। ୨୪ ଘଣ୍ଟାରେ ୧୧୬୦୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୯୯୧ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୭୨୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୮୭୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୭୦୯୪ ଜଣ କୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୭୩୭୭୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ :-