ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୪୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା ।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୮ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୪୦୪୮ଜଣ ସୁସ୍ଥ ହୋଇଛନ୍ତି । ତେବେ ଆସନ୍ତୁ ନଇଁବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-