ଭୁବନେଶ୍ୱର: ବଦଳିବ ଶିଖରଚଣ୍ଡୀ ରୂପରେଖ । ଭୁବନେଶ୍ବର ଉପକଣ୍ଠ ଶିଖରଚଣ୍ଡୀ ପାହାଡର ସୌନ୍ଦର୍ଯ୍ୟକରଣ କାମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ ହୋଇଛନ୍ତି । ପୂର୍ବରୁ ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ। ଶିଖରଚଣ୍ଡୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନତି କରି ଏହାକୁ ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର କରାଯିବ । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ବିକାଶ ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।