ନୂଆଦିଲ୍ଲୀ: ଦେଶରେ ଦୈନିକକରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି | ଯାହା ବର୍ତମାନ ୩୦୦ ତଳେ ରହିଛି| କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭୫ କରୋନା ସଂକ୍ରମଣ ଓ ୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୯୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୨,୬୩୮ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୨ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୨୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୭,୬୧୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୩,୨୮,୫୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।