କୋର୍ଟରୁ ୪୦ ଆକ୍ରାନ୍ତ ଚିହ୍ନଟ

0

ଗଜପତି: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଗ୍ରାଫ । ବୃଦ୍ଧି ପାଉଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଆଜି ଗଜପତି ଜିଲ୍ଲା କୋର୍ଟରେ ୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ କୋର୍ଟ ପରିସରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । କୋଭିଡ ବିସ୍ଫୋରଣ ପରେ କୋର୍ଟ ପରିସରକୁ ୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪,୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦,୭୩,୭୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨,୬୮,୪୨,୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।