ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଯାହା ବର୍ତ୍ତମାନ ୪ ହଜାର ଟପିଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୧ ହଜାର ତଳେ ଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ ରୁ ଜଣାପଡ଼ିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟଙ୍କ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୭୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୩,୩୬୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୬୧୧ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୬ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୧୩,୯୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୨% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୫୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୯%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୮,୧୭,୯୪,୭୪୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।