ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୯ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୦୮ ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୦୩୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-