ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୯ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର ।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୯ କରୋନା ସଂକ୍ରମିତ ଚିହ୍ନଟ । ରାଜ୍ୟରେ ୪୫୯ ସଂକ୍ରମିତ ଚିହ୍ନଟ ହେଲେଣି । ରାଜ୍ୟରେ ଦ୍ରୁତ ବେଗ ବଢ଼ୁଛି ଦୈନିକ କରୋନା ସଂକ୍ରମଣ। ଖୋର୍ଦ୍ଧା ଜିଲ୍ଲାରେ । ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୯ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮ ଜଣକୁ ବୃଦ୍ଧି ପାଇଛି । ଏବେ ସୁଦ୍ଧା ରାଜ୍ୟରେ ୩୨୦୪୪୫୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।


ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୯୩ ଜଣ ସୁସ୍ଥ ହୋଇଛନ୍ତି ।