ଗୋଟିଏ ମଞ୍ଚରେ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ

0

କଟକ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଅମିତ ଶାହ ।ଗତ ରାତିରେ ଅମିତ ଶାହା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ବିଜେପି ଶିବିର।ଦଳୀୟ କାର୍ଯ୍ୟକର୍ତ୍ତା ଓ ହଜାର ହଜାର ଜନସାଧାରଣ, ପ୍ରଶଂସକମାନେ ହାତରେ ତ୍ରିରଙ୍ଗା ଧରିବା ସହ ପାରମ୍ପରିକ ପୋଷାକ, ଲୋକକଳା, ଗୀତ ନୃତ୍ୟ ସହ ବାଦ୍ୟ ଯନ୍ତ୍ର ବଜାଇ ଅମିତ ଶାହଙ୍କୁ ସ୍ୱାଗତ କରିଥିଲେ।ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର ସକାଳ ୯ଟା ୪୫ ମିନିଟ୍ ସମୟରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପହଞ୍ଚି ଦର୍ଶନ କରିଛନ୍ତି ।  ମନ୍ଦିର ଭିତରେ ସେ ସର୍ବପ୍ରଥମେ ଶ୍ରୀଗଣେଶଙ୍କୁ ଦର୍ଶନ କରିଛନ୍ତି।

ତାପରେ ଶ୍ରୀଲିଙ୍ଗରାଜଙ୍କର ପୂଜାର୍ଚ୍ଚନା କରିଛନ୍ତି। ସେଠାରେ ସେ ଜଳାଭିଷେକ କରିଛନ୍ତି। ପରେ ମନ୍ଦିର ପରିକ୍ରମା କରିଛନ୍ତି ଅମିତ୍ ଶାହା ।ଏବେ କଟକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପ୍ରଥମେ ଫୁଲନଖରାଠାରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ପରେ କଟକ ଲିଙ୍କରୋଡ, ପାଲାମଣ୍ଡପ, ବାଦାମବାଡ଼ି, ଦୋଳମୁଣ୍ଡାଇ, ହରିପୁର ସମେତ ସମସ୍ତ ପ୍ରମୁଖ ସ୍ଥାନମାନଙ୍କରେ ସମ୍ବର୍ଦ୍ଧିତ କରାଯାଇଛି।

ସେହିପରି ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରି ଅମିତଶାହାଙ୍କୁ ଭେଟିଛନ୍ତି |ଇନଡୋର୍‌ ଷ୍ଟାଡିୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୈନିକ ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେଇଛନ୍ତି |ଏହାପରେ ଅମିତ ଶାହ ଓଡ଼ିଆ ବଜାରଠାରେ ଥିବା ନେତାଜୀଙ୍କ ଜନ୍ମସ୍ଥାନ ଓ ସଂଗ୍ରହାଳୟରେ ପହଞ୍ଚି ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ଏଠାରୁ ସେ କଟକ ଇନଡୋର ଷ୍ଟାଡିୟମ୍ ଅଭିମୁଖେ ଯାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ଲାଗି କଟକରେ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।