ରାଜ୍ୟରେ ୮୫୪୭ କରୋନା ଆକ୍ରାନ୍ତ ସୁସ୍ଥ

0

ରାଜ୍ୟରେ ଆଜି ୮ ହଜାର ୫୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୬୫ ଓ କଟକ ଜିଲ୍ଲାରୁ ୫୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୬୮୦ରେ ପହଂଚିଛି ।