ଆସନ୍ତାକାଲି ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି

ଆସନ୍ତାକାଲି (ବୁଧବାର) ଅପରାହ୍ନରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି ।

0

(ପୁରୀ) : ଆସନ୍ତାକାଲି (ବୁଧବାର) ଅପରାହ୍ନରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି । ଏଥିନିମନ୍ତେ ଅପରାହ୍ନରେ ୩ ଘଣ୍ଟା ପାଇଁ ଠାକୁର ଦର୍ଶନ ବନ୍ଦ ରହିବ । ଏହି ସ୍ୱତନ୍ତ୍ର ନୀତି ପାଇଁ ସର୍ବସାଧାରଣ ୫ଟାରୁ ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ବିଶେଷ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।

ସୂଚନାନୁଯାୟୀ , ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହା ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ତେବେ ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ।