ଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟିଲେ ବିଜେଡି ଟିମ

0

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାରରେ ବିଜେପିର ଅନୈତିକ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି ।ସେପଟେ ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ କମିଶନଙ୍କୁ ଭେଟିଛନ୍ତି ବିଜେଡିର ୪ଜଣିଆ ପ୍ରତିନିଧି ଦଳ । ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ ସାଂସଦ ନିରଞ୍ଜନ ବିଶି, ମୁନ୍ନା ଖାଁ ଓ ଚନ୍ଦ୍ରଶେଖର ସାହୁ କମିଶନରଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ପତ୍ର ଦେଇଛନ୍ତି ।

ଏସଏଚଜି ମହିଳାଙ୍କ ମିଛ ଭିଡିଓ ଭାଇରାଲ କରି ୭୦ ଲକ୍ଷରୁ ଅଧିକ ସ୍ବୟଂ ସହାୟିକା ମହିଳାଙ୍କୁ ଅପମାନିତ କରାଯାଉଛି । ହାରିଯିବା ଭୟରେ ବ୍ୟାପକ ଭାବେ କଳା ଟଙ୍କାର ବ୍ୟବହାର କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି ।କେବଳ ସେତିକି ନୁହେ ବିଜେପି ଏସଏଚଜି ମହିଳାଙ୍କୁ ଅପମାନିତ କରୁଛି । ଅର୍ଥବଳରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ଏପରିକି ସ୍ଥାନୀୟ ପ୍ରଶାସନ ଉପରେ ମଧ୍ୟ ଚାପ ସୃଷ୍ଟି କରୁଛନ୍ତି ରାଜ୍ୟ ବିଜେପି ନେତା ଓ କର୍ମୀ । ଏପରି ଅଭିଯୋଗ ଆଣି ଦିଲ୍ଲୀରେ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡିର ଏକ ପ୍ରତିନିଧି ଦଳ ।ଏହା ମଧ କହିଛନ୍ତି ସେହିପରି ପ୍ରଶାସନ ବିରୋଧରେ ମିଛ ଅଭିଯୋଗ ଆଣି ସ୍ଥାନୀୟ ଅଧିକାରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରାଯାଉଛି ।