ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳାମାନେ ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍-୧୯ ଗାଇଡଲାଇନ୍କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ରକ୍ତଦାନ ଶିବିରରେ ମହିଳାମାନେ ୭୩ ୟୁନିଟ୍ ରକ୍ତ ଦାନ କରିଛନ୍ତି ।
ଏହି କାର୍ୟ୍ୟକ୍ରମରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ‘ଓଡ଼ିଶା-ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।