ପୁରୀ /ଜୟନ୍ତ କୁମାର ସେଠି:ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡ଼ର ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ ପଟନାୟିକା ଛକଠାରେ ଚଢ଼ାଉକରି ରମେଶ ଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରି ତାଙ୍କ ଠାରୁ ୬୩ ଗ୍ରାମ ହେରୋଇନ ଜବତ କରାଯାଇଛି । ଜିଲ୍ଲା ମୋବାଇଲ ସ୍କ୍ୱାଡ଼ କେସ ନଂ -୬୮/୨୨-୨୩ ରୁଜୁ କରି କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ପୁରୀ କକ୍ଷରଗକ୍ଷରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୬,୩୦,୦୦୦/-ଟଙ୍କାରୁ ଉର୍ଦ୍ଧ ହେବ । ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ଶ୍ରୀ ଶୀଧେଶ୍ବର ମଲ୍ଲିକ, ଇଝଓ ଶ୍ରୀ ସୁବାଷ ଚନ୍ଦ୍ର ମହାପାତ୍ର, ଗୀତାଞ୍ଜଳି ବେହେରା, ଏବଂ କର୍ମଚାରୀ ଶ୍ରୀ ପ୍ରଦୀପ୍ତ ପଣ୍ଡା, ସଂଜିପ ହସ୍ତୀ,ଦୀପ୍ତି ରଞ୍ଜନ ଦାସ ପ୍ରମୁଖ ସାମିଲ ଥିଲେ ।