ବୁର୍ଲା ବିସ୍ପୋରଣ : ୪ ଡାକ୍ତର ସହ ୬ କର୍ମଚାରୀ ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ବୁର୍ଲା ମେଡିକାଲରେ ଆଉ ୪ ଜଣ ଡାକ୍ତର ଓ ୬ ଜଣ ମେଡିକାଲ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

0

(ବୁର୍ଲା) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ବୁର୍ଲା ମେଡିକାଲରେ ଆଉ ୪ ଜଣ ଡାକ୍ତର ଓ ୬ ଜଣ ମେଡିକାଲ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଅନ୍ୟପଟେ ଦ୍ୱିତୀୟ କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ୩ ଜଣ କୋଭିଡ୍‌ ରୋଗୀଙ୍କ ମୃତ୍ୟୁ ହୋଇଥିବା ମେଡିକାଲ ସୂତ୍ରରୁ ସୂଚନା ମିଳିଛି । ଦ୍ୱିତୀୟ କୋଭିଡ ହସ୍ପିଟାଲ୍‌ରେ ସୋମବାର ୫୩ ଜଣ ରୋଗୀ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଜଣାପଡ଼ିଛି ।

ସୂଚନାନୁଯାୟୀ ,ପୁଣି ଦୈନିକ ୧୧ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି। ୨୪ ଘଣ୍ଟାରେ ୧୧୦୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୬୧ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୪୩୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୬୫୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୫୪୮୭ ଜଣ କୁ ବୃଦ୍ଧି ପାଇଛି।