ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

କଟକ : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ । ନେତାଜୀ ଜୟନ୍ତୀ ପାଳନ ପାଇଁ ସାରାଦେଶରେ ଉତ୍ସାହ । କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ସେପଟେ କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ।୧୮୯୬ ଜାନୁଆରୀ ୨୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ। ସୁବାଷଙ୍କ କାଳଜୟୀ ଉଦଘୋଷଣା ‘ମୋତେ ରକ୍ତ ଦିଅ ମୁଁ ସ୍ବାଧିନତା ଦେବି’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଉଜ୍ଜୀବିତ ହୋଇ ରହିଛି। ଜଣେ ମହାନ ସ୍ବାଧୀନତା ସଂଗ୍ରାମୀ, ଦେଶଭକ୍ତ ଓ ଜଣେ ଅବିସ୍ମରଣୀୟ ଯୋଦ୍ଧାଭାବେ ନେତାଜୀ ଏ ଜାତିର ଚିର ନମସ୍ୟ।ତାଙ୍କ ପିତାଙ୍କ ନାଁ ଥିଲା ଜାନକୀନାଥ ବୋଷ, ମା‘ଙ୍କ ନାଁ ଥିଲା ପ୍ରଭାବତୀ ଦେବୀ।ସେ କଟକ ମାଟିର ପୁଅ। ଜୀବନର ପ୍ରଥମ ତଥା ଗୁରୁତ୍ବପୂର୍ଣ୍ଣ ୧୬ ବର୍ଷ ବିତାଇଥିଲେ କଟକର ମାଟି, ପାଣି, ପବନରେ। ହଜାରେ ବର୍ଷର ସହର କଟକ ମାଟିରେ,୧୮୯୭ ମସିହା ଆଜିର ଦିନରେ ପିତା ଜାନକୀନାଥ ବୋଷ ଓ ମାତା ପ୍ରଭାବତୀ ଦେବୀଙ୍କ କୋଳମଣ୍ଡନ କରିଥିଲେ ସୁଭାଷ। ୧୪ ଭାଇଭଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ।