ଗୋଟିଏ ଦିନରେ ୧୮ ଟି ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର (ହରପ୍ରସାଦ ବିଷୋଇ):-ମୁମ୍ବାଇରେ ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଦିନରେ ୧୮ ବୈଠକ କରିଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତାଙ୍କୁ ପ୍ରଶ୍ନ କରିଥିଲେ । ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ କାମରେ କଷ୍ଟ କଣ ଜ୍ଝ ଶୁଣନ୍ତୁ କଣ କହିଲେ ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ପାଇଁ କାମ କଲେ ଥକ୍କା ଲାଗେନି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବାର୍ତ୍ତାଳାପର ଭିଡିଓକୁ ଫାଇଭ୍-ଟି ସଚିବ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେୟାର କରିଛନ୍ତି ।

ଗତକାଲି ସଂଧ୍ୟାରେ ମୁମ୍ବାଇ ଇନଭେଷ୍ଟର୍ସ ମିଟ୍ ପୂର୍ବରୁ ଦେଶର ବିଜନେସ ଟାଇକୁନ୍ ମାନଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ ନବୀନ ପଟ୍ଟନାୟକ। ପୁଞ୍ଜିପତିମାନଙ୍କୁ ଓଡ଼ିଶାର ରୂପାନ୍ତରଣରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ ନବୀନ । ସାରା ଦିନ ଶିଳ୍ପପତିଙ୍କ ସହ ଆଲୋଚନା ପରେ ସଂଧ୍ୟାରେ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ବ୍ୟସ୍ତତା ଭିତରେ ବି ଜନସେବା ମାନସିକତା ତାଙ୍କୁ କ୍ଲାନ୍ତ କରିପାରିନଥିଲା ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ସାଧାରଣ ଲୋକଙ୍କ ପାଇଁ ଦିନ ରାତି କାର୍ୟ୍ୟ କରୁଥିବା ମୁଖ୍ୟମନ୍ତ୍ରୀଙ୍କ ଏପରି ପ୍ରତିକ୍ରିୟା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଉଛି । ଯିଏ ଦେଖୁଛନ୍ତି ପ୍ରଶଂସା କରୁଛନ୍ତି । ରାଜ୍ୟର ଜଣେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପାଇଁ ଏପରି ମଧ୍ୟ ପରିଶ୍ରମ କରିପାରନ୍ତି ଏବଂ କ୍ଲାନ୍ତ ଅନୁଭବ କରନ୍ତି ନାହିଁ ।