ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ହକି ବିଶ୍ୱକପ ଜିତିଲେ ହେବ ଟଙ୍କା ବର୍ଷା

0

ଓଡିଶା : ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ହକି ବିଶ୍ବକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ ମିଳିବ କୋଟିଏ ଟଙ୍କା । ପୁରସ୍କାର ରାଶି ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ ଭେଟିଛନ୍ତି ମୁଖ୍ୟମୁନ୍ତ୍ରୀ । ପ୍ରଥମେ ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିର୍ସା ମୁଣ୍ଡା ଷ୍ଟାଡିୟମ ବୁଲି ଦେଖିଲେ । ଏହାପରେ ବିଶ୍ବକପ୍ ଗ୍ରାମର ଶୁଭ ଉଦଘାଟନ କରିଥିଲେ ନବୀନ । ଏହାପରେ ଭାରତୀୟ ହକି ଟିମ୍କୁ ଭେଟି ତାଙ୍କ ସହ କଥା ହେଲେ ଏବଂ ତାଙ୍କ ସହ ଫଟୋ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।