ଅପରାହ୍ଣ ୪ଟାରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ

0

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶିତ ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ orissaresults.nic.in. ଓ chseodisha.nic.in କୁ ଭିଜିଟ କରି ନିଜର ରୋଲ ନମ୍ବର ଓ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଚେକ୍ କରିପାରିବେ । ଏନେଇ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟ ସୂଚନା ଦେଇଛି ।

ଏଥିସହ ସାମସ କଲେଜ ଇସ୍ପେସରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଦେଖିପାରିବେ । ତେବେ ଏହି ଦୁଇଟି ବିଭାଗରେ ମୋଟ ୨ ଲକ୍ଷ ୩୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କଳା ବିଭାଗରେ ୨ ଲକ୍ଷ ୧୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକରେ ୨୪ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।