କୋଭିଡ ଗାଇଡଲାଇନ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କରୋନା ସମୀକ୍ଷା ସମୀକ୍ଷା କରିଛନ୍ତି। କୋଭିଡ ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳ, ଏସ୍ପିମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସର୍ଭେଲାନ୍ସ ଏବଂ ଟେଷ୍ଟିଂ ବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଆଲୋଚନାରେ ଅନେକ ପ୍ରସ୍ତାବ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଜଞଚଉଜ ଟେଷ୍ଟ ଅଧିକ ବଢ଼ାଇବାକୁ ପରାମର୍ଶ ଦିଆଯାଇଛି। ଟେଷ୍ଟ, ଟ୍ରାକ୍ ଏବଂ ଟ୍ରିଟ୍‌କୁ ଗୁରୁତ୍ୱ ଦେବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ଆବଶ୍ୟକ ପଡ଼ିଲେ ମିନି କଣ୍ଟେନମେଣ୍ଟ ଜୋନ୍ ପାଇଁ ପ୍ରସ୍ତାବ ଦିଆଯାଇଛି।
ପୁଲିସ ଯାଞ୍ଚ ଅଧିକ କଡ଼ାକଡ଼ି କରିବାକୁ ବୈଠକରେ ପ୍ରସ୍ତାବ ଦିଆଯାଇଛି। ସହରାଞ୍ଚଳ ସମ୍ବେଦନଶୀଳ ଅଞ୍ଚଳ ଉପରେ ତୀକ୍ଷ୍ନ ନଜର ପାଇଁ ପ୍ରସ୍ତାବ ଦିଆଯାଇଛି। ହୋଲି ପାଇଁ ଝଜଉଙ୍କ ଗାଇଡଲାଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଫିସିଆଲ ମିଟିଂ ଭର୍ଚୁଆଲ ମାଧ୍ୟମରେ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସେପଟେ ରାଜ୍ୟରେ ନୂଆ ୧୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।