ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ ନାହିଁ ମୁଖ୍ୟମନ୍ତ୍ରୀ

ପୂର୍ବବର୍ଷ ପରି ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ହେବେ ନାହିଁ।

0

(ଭୁବନେଶ୍ୱର) : ପୂର୍ବବର୍ଷ ପରି ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ହେବେ ନାହିଁ। ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ କଟକରେ ମୁଖ୍ୟ ଅତିଥି ଭାବେ ପତାକା ଉତ୍ତୋଳନ କରିବାର ପରମ୍ପରାକୁ ମଧ୍ୟ ଏଥର ପାଳନ କରିବେ ନାହିଁ । ପଂଚାୟତ ନିର୍ବାଚନ ପାଇଁ ରାଜ୍ୟବ୍ୟାପୀ ଆଚରଣ ବିଧି ଲାଗୁ ହୋଇଥିବାରୁ ମନ୍ତ୍ରୀମାନେ ସରକାରଙ୍କ ସଫଳତା ନେଇ ଭାଷଣବାଜି କରିବା ଉପରେ ବି କଟକଣା ରହିଛି।

ସୂଚାନୁଯାୟୀ , ମୁଖ୍ୟମନ୍ତ୍ରୀଙ୍କ ପରିବର୍ତ୍ତେ କଟକରେ ବରିଷ୍ଠ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିବେ। ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡ଼ିଛି।