ଭୁବନେଶ୍ୱର: ନୀତି ଆୟୋଗ ବୈଠକରେ ଯୋଗଦେବା ପାଇଁ ଆସନ୍ତା କଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ | ନୀତିଆୟୋଗ ବୈଠକ ଆସନ୍ତା ୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ସପ୍ତମ ପରିଷଦ ବୈଠକ ବସିବ । ସେହିପରି ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଉଠାଇବେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ।ରେଳ, ଟେଲିକମ୍ ଏବଂ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ କ୍ଷେତ୍ରକୁ ସୁଦୃଢ଼ କରିବାକୁ ଦାବି ରଖିବେ ମୁଖ୍ୟମନ୍ତ୍ରୀ । ବିଶେଷକରି ଓଡ଼ିଶାକୁ ଫୋକସ ଷ୍ଟେଟ ମାନ୍ୟତା ଦାବି ଉଠାଇବେ ନବୀନ । ଏହା ସହିତ କେନ୍ଦ୍ର ବକେୟା ଅର୍ଥ ଦେବାକୁ ଦାବି ଦୋହରାଇବେ ।ଏହାପୂର୍ବରୁ ଗତ ସପ୍ତାହରେ ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ । ଏହି ସମୟରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକୁ ପ୍ରଶଂସା କରିଥିଲେ ସୁମନ ବେରୀ । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଆଉ କିଏ ଗସ୍ତ କରିବେ ସେ ନେଇ କୌଣସି ସୂଚନା ମିଳିନାହିଁ |