ରାଜ୍ୟରେ ସୁସ୍ଥ ହେଲେ ୬୧୬୪

0

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ସୁସ୍ଥ ହୋଇଛନ୍ତି ଆଉ ୬୧୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୪ ଲକ୍ଷ ୧୦ ହଜାର ୨୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୯୭୫୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୮୪ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୩୫୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୭୩୫୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୧୦୨୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୭୧୦୦୩ସାମ୍ପୁଲ ଟେଷ୍ଟ ହୋଇଛି ।