ଏକ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ବିଶ୍ବବିଦ୍ୟାଳୟର ବିକାଶ ପାଇଁ ତାଙ୍କ ଏକ ବର୍ଷର ଦରମା ପ୍ରଦାନ କରିଛନ୍ତି । ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ଏହା ପ୍ରଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ୨୦୧୯ରେ ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ ଜୁବୁଲି କାର୍ୟ୍ୟକ୍ରମରେ ଯୋଗଦେଇ ଧର୍ମେନ୍ଦ୍ର ପ୍ରଧାନ ବିଶ୍ବବିଦ୍ୟାଳୟର ପୂରାତନ ଛାତ୍ର ଭାବରେ ‘ଆଲୁମିନି ଅନୁଦାନ ପାଣ୍ଠି ଖୋଲିବା ପାଇଁ ପରାମର୍ଶ ଦେବା ସହ ଏକ ବର୍ଷର ଦରମା ଦେବା ପାଇଁ ଘୋଷଣା କରିଥିଲେ ।ଉତ୍କଳ ବିଶ୍ବବିଦ୍ୟାଳୟରେ ଭିତ୍ତିଭୂମି ସୁବିଧା ବଢ଼ାଇବା ତଥା ଛାତ୍ରଛାତ୍ରୀ, ପ୍ରାଧ୍ୟାପକ ଓ କର୍ମଚାରୀଙ୍କ ସୁବିଧା ପାଇଁ ‘ଆଲୁମିନି ଅନୁଦାନ ପାଣ୍ଠି ଗଠନ କରିବା ସହ ଏଥିରେ ପୂରାତନ ଛାତ୍ରଛାତ୍ରୀଙ୍କ ଆର୍ଥିକ ସହଯୋଗ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଥିଲେ ।