ଗୋପ(ଜୟନ୍ତ ସେଠି ):ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ବୈଠକ ସତ୍ୟବାଦୀ ବ୍ଲକ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ପୁରୀ ଏଡିଏମ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସରକାର ଙ୍କ ବିଭିନ୍ନ ଜନ ହିତକାରୀ ଯୋଜନା ର କାର୍ଯ୍ୟକ୍ରମ ସମ୍ପର୍କରେ ରେ ବିସ୍ତୁତ ଆଲୋଚନା କରାଯାଇଥିଲା । ବିଶେଷ କରି ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନା, ମମତା ଯୋଜନା, ଭତ୍ତା ଓ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା । ବୈଠକରେ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ବିଡ଼ିଓ ଜୟନ୍ତ କୁମାର ଜୟ ସିଂ,ଜନ ପ୍ରତିନିଧି ମାନେ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l