ଓଡିଶା

୩୮୬ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ରଜନୀକାନ୍ତ ପ।।ତ୍ର/ହିଞ୍ଜିଳି : ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକର ୩୮୬ ଜଣ ନୂତନ ହିତାଧିକାରୀଙ୍କୁ ଜାନୁଆରୀ ୧୬ ତାରିଖ ଦିନ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଓ ବିଧବା ଭତ୍ତା ପ୍ରଦାନ କରାଯାଇଛି। ବୁଗୁଡା ବ୍ଲକର ବିଡ଼ିଓ ତନ୍ମୟ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଭତ୍ତା ବଣ୍ଟନ କାର୍ୟ୍ୟକ୍ରମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଅତିଥି ଭାବରେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ ପ୍ରମୁଖ ମଞ୍ଚାସିନ ଥିଲେ। ବ୍ଲକର ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା, ବିଭିନ୍ନ ପାଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ଙ୍କ ସମେତ ସମସ୍ତ ହିତାଧିକାରୀ ବୃନ୍ଦ ଯୋଗଦେଇଥିଲେ।

Related posts

ଅବକାରୀ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

Report

୧୮ରୁ ୨୦ ଯାଏଁ ବର୍ଷିବ ବର୍ଷା

Report

ଆସ୍କା ଥାନା ଅଧିକାରୀଙ୍କ ବଦଳି ବିରୋଧରେ ରାସ୍ତାରେ ଜଳିଲା ନିଆଁ

Report

Leave a Comment