ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ବିଜେପିରୁ ଇସ୍ତଫା ଦେଇପାରନ୍ତି

0

ଭୁବନେଶ୍ୱର : ଆଜି ଭାରତୀୟ ଜନତା ପାର୍ଟି ଛାଡି ପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଏଥିସହ ତାଙ୍କ ପୁଅ ଶିଶିର ଗମାଙ୍ଗ ମଧ୍ୟ ବିଜେପିରୁ ଇସ୍ତଫା ଦେଇପାରନ୍ତି । ତେବେ ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଭାବେ ଘୋଷଣା କରିପାରନ୍ତି ବାପା ଓ ପୁଅ ।

ଶିଶିର ଗମାଙ୍ଗଙ୍କ ସହ ଗିରିଧର ଗମାଙ୍ଗ ଭାରତ ରାଷ୍ଟ୍ର ସମିତି ବା ବିଆରଏସରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି । ଆସନ୍ତା ୨୭ ତାରିଖରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ବିଆରଏସ୍ରେ ଆନୁଷ୍ଠାନିକ ଭାବେ ସାମିଲ ହେବେ ବୋଲି କୁହାଯାଉଛି । ୧୦ ଦିନ ତଳେ ବିଆରଏସ୍ ମୁଖ୍ୟଙ୍କୁ ଭେଟିବା ପରେ ରାଜନୈତିକ ଆକଳନ ଆରମ୍ଭ ହୋଇଥିଲା ।। ଶେଷରେ ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇ ଏକ ଭିଡିଓ ଜାରି କରିଥିଲେ ଜୟରାମ ପାଙ୍ଗି ।