ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି  । ଆଜି ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ  ବର୍ଷା ହୋଇଛି  । ପାଣିପାଗ ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି । ଏହାରି ପ୍ରଭାବରେ ହେବାକୁ ଥିବା ବର୍ଷା ପାଇଁ ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।