ଦେଶରେ କରୋନା ସଂକ୍ରମଣ ବୃଦ୍ଧି ; ୫,୨୨୧ ଜଣ କରୋନା ପଜିଟିଭ ଚିହ୍ନଟ

0

ନୂଆଦିଲ୍ଲୀ: ଦେଶରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । କରୋନା ନୂଆ ସଂକ୍ରମଣ ସଂଖ୍ୟା ୫ ହଜାରରୁ ଉପରେ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଏହା ସୂଚନା ମିଳିଛି । ସୂଚାନୁନୁସାରେ , ସୋମବ‌ର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୨୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୨୨୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୦୦,୫୮୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୧୬୫ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୨୫,୨୩୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୧୭୬ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।