ଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତର କାରଣ ଅସ୍ପଷ୍ଟ ରହିଛି

0

(ଭୁବନେଶ୍ୱର) : ଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ନବଦୋୟ ସ୍କୁଲ ନିକଟରେ ଥିବା ଏକ ଗଛରୁ । ତେବେ ଏହା ଏକ ଆତ୍ମହତ୍ୟା ସନ୍ଦେହ ହେଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତର କାରଣ ଅସ୍ପଷ୍ଟ ରହିଛି ।

ସୂଚନାନୁଯାୟୀ, ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ନବଦୋୟ ସ୍କୁଲ ନିକଟରେ ଥିବା ଗଛରେ ଆଜି ସକାଳେ ଜଣେ ମହିଳାଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏହାପରେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି।