୨୪ ଘଣ୍ଟାରେ ୧୦୩୬୮ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବା ଥିବା କୋଭିଡ ସଂକ୍ରମଣ ସମୁଦ୍ର ପରି ମାଡି ଚାଲିଛି । ପୁଣି ଦୈନିକ ୧୦ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବା ଥିବା କୋଭିଡ ସଂକ୍ରମଣ ସମୁଦ୍ର ପରି ମାଡି ଚାଲିଛି । ପୁଣି ଦୈନିକ ୧୦ ହଜାରୁ ଅଧିକ ସଂକ୍ରମିତ ବାହାରିଛନ୍ତି। ୨୪ ଘଣ୍ଟାରେ ୧୦୩୬୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୯୦ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୦୧୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୩୫୩ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୭୪୬୨ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୭୭୪୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮୩୪୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୫୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୯୧୬୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-