ଭୁବନେଶ୍ୱର : ଭିସିରେ ରହିବେ ନବୀନ ଓ ଦୁଇ ପ୍ରଫୁଲ୍ଲ | ସ୍ୱାସ୍ଥ୍ୟ ଗତ କାରଣରୁ ଭିସିରେ ଅଂଶଗ୍ରହଣ କରିବେ 3 ନେତା | ଏନେଇ ବାଚସ୍ପତିଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି | ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଭିସିରେ ରହିପାରିବେ କହିଲେ ବାଚସ୍ପତି |
ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭରୁ ୬ ଜଣ ଦିବଂଗତ ବିଧାୟକଙ୍କୁ ଶ୍ରଦ୍ଧାଞ୍ଜଳି ପାଇଁ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇ ଦିବଂଗତ ବିଧାୟକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପରେ କିଛି ଆଲୋଚନା ପରେ ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଭରଚୁଆଲ ମାଧ୍ୟମରେ ଯୋଗଦେବେ ବୋଲି ବାଚସ୍ପତିଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି |