ବ୍ୟୁରୋ : ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲା ବିମାନ ବନ୍ଦର କାର୍ଯ୍ୟକ୍ଷମ ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗକୁ ବିଶ୍ୱକପ ହକି ମ୍ୟାଚ୍ ଖେଳାଯିବ। ଓଡିଶାରେ ଭୁବନେଶ୍ୱର ଓ ରାଉରକେଲା ଦୁଇଟି ସହରରେ ହକି ବିଶ୍ୱକପ ମ୍ୟାଚ୍ ଖେଳାଯିବ। ୨୦୨୩ ଜାନୁଆରୀ ୧୩ରୁ ୨୯ ତାରିଖ ମଧ୍ୟରେ ଉଭୟ ସହରରେ ଏହି ମ୍ୟାଚ ଖେଳାଯିବ ।
ତେଣୁ ନଭେମ୍ବର ୩୦ ତାରିଖ ପୂର୍ବରୁ ରାଉରକେଲା ବିମାନବନ୍ଦରକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଚିଠି ଲେଖିଛନ୍ତି।ସେଲ୍ ଓ ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଏମଓୟୁ ନବୀକରଣ କରିବା ସହ ରନଓ୍ୱେ, ଟର୍ମିନାଲ, ବିଲ୍ଡିଂ ଭଳି କାମ ନେଇ ସମୀକ୍ଷା କରିବାକୁ ଚିଠିରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ରାଉରକେଲାରୁ ଦିଲ୍ଲୀ, ମୁମ୍ବାଇ, କୋଲକାତା ଭଳି ମେଟ୍ରୋ ସିଟିକୁ ବିମାନ ସେବା ଶୀଘ୍ର ଆରମ୍ଭ କରିବା ଦିଗରେ ଶୀଘ୍ର ହସ୍ତକ୍ଷେପ କରିବାକୁ ଚିଠିରେ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।