ପ୍ରକାଶ ପାଇଲା ପିପିଲି ପାଇଁ ନୂଆ ବିଜ୍ଞପ୍ତି

0

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ବିଧାୟକ ଅଜିତ ମଙ୍ଗରାଜଙ୍କ ଅକସ୍ମାତ ବିୟୋଗ ପରେ ସ୍ଥଗିତ ନିର୍ବାଚନ ପାଇଁ ନୂଆ ବିଜ୍ଞପ୍ତି ପ୍ରକାଶ ପାଇଛି । ନୂଆ ବିଜ୍ଞପ୍ତି ଅନୁଯାୟୀ, ମେ ୧୩ରେ ନିର୍ବାଚନ ହେବ । ଏପ୍ରିଲ ୨୬ ରହିବ ନାମାଙ୍କନ ଦାଖଲର ଶେଷ ତାରିଖ । ଏପ୍ରିଲ ୨୭ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ଏପ୍ରିଲ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।
ତେବେ ଅଜିତଙ୍କ ପରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଚାଲିଛି । ଏହି ଚର୍ଚ୍ଚାରେ ରହିଛନ୍ତି ଅଜିତଙ୍କ ପତ୍ନୀ ବନ୍ଦନା ମଙ୍ଗରାଜ ଓ ଭାଇ ଅଶୋକ ମଙ୍ଗରାଜ, କଂଗ୍ରେସ ନେତା ନିଶିକାନ୍ତ ମିଶ୍ର ଓ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ।