ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା : ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଦାବି

୨ ଦଶନ୍ଧି ଧରି ଦାବି କରି ଆସୁଛି ଓଡ଼ିଶା, ଏଥର ଦାବି ପୁରଣ ହେବ!

0

ନୂଆଦିଲ୍ଲୀ: ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭନିଂ କାଉନସିଲ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି । ନୀତି ଆୟୋଗ ବୈଠକରେ ଉଠିଲା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି। ପ୍ରତିବର୍ଷ ବନ୍ୟା ଓ ବାତ୍ୟାର ସମ୍ମୁଖୀନ ହେଉଥିବାରୁ ଓଡ଼ିଶାର ଆର୍ଥିକ ସ୍ଥିତି ଦୋହଲି ଯାଉଛି। ତେଣୁ ଓଡ଼ିଶାକୁ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା, କୃଷି, ସ୍ୱାସ୍ଥ୍ୟ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇଛନ୍ତି ବୋଲି ସୂଚନା ରହିଛି । ପ୍ରାକୃତିକ ବିପର୍ୟ୍ୟୟ ପ୍ରଶମନ ପାଇଁ ସ୍ବତନ୍ତ୍ର ପାଣ୍ଠି ଯୋଗାଇବାକୁ ଦାବି କରିଛନ୍ତି ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ରାଜ୍ୟ ସ୍ବାର୍ଥ ସଂପର୍କିତ ଅନେକ ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଟେଲିକମ୍, ରେଲଓ୍ବେ ଓ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ସେ ଦାବି କରିଛନ୍ତି। ସେହିପରି ପ୍ରଧାମମନ୍ତ୍ରୀ ଆବାସ ଯୋଜନା ନେଇ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି ନବୀନ ।

ଅଧିକାଂଶ ଆଦିବାସୀ ଓ କେବିକେ ଜିଲ୍ଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି । ଯୋଜନା ସଂପର୍କିତ ଅସାମଞ୍ଜସ୍ୟ ତୁରନ୍ତ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏଥିସହ ବୈଠକରେ ଏଏସଆଇ ଓ ଏଏମ୍ଏସ୍ଏଆର୍ ରୂପାନ୍ତରଣ ଦାବି କରିଛନ୍ତି। ଏହାର ଟେକ୍ନୋଲୋଜି ଓ ନ୍ୟାୟିକ ଢାଞ୍ଚାରେ ପରିବର୍ତ୍ତନ ପାଇଁ ଜଣାଇଛନ୍ତି । ଏହାଦ୍ବାରା କୋଣାର୍କ ଭଳି ଐଗ୍ଦତିହ୍ୟସ୍ଥଳୀକୁ ସୁରକ୍ଷିତ ରଖାଯାଇପାରିବ । ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ତାର କ୍ରୀଡା ଦକ୍ଷତା ଦେଖାଉଛି। ଦେଶକୁ ଗୌରବାନ୍ବିତ କରିଥିବା କ୍ରୀଡାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
ତେବେ ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି କରିଆସୁଛି ଓଡ଼ିଶା । ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରୁଛି । କିନ୍ତୁ ଏଥର ଆସ ଯେ ଓଡିଶାକୁ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ କରିବି କେନ୍ଦ୍ର ।