ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକ: ମହାପ୍ରସାଦ, ରୁପାର ଜଗନ୍ନାଥଙ୍କ ମୂର୍ତ୍ତି, ଓଡ଼ିଶାର କଳା ସଂସ୍କୃତି ଉପରେ ଅନେକ ଚିତ୍ର ଦେଲେ ଉପହାର 

0

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକ ।  ରାଇସିନା ହିଲ୍ସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶା ବିଧାୟକ । ରାଷ୍ଟ୍ରପତିଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି ।  ଏହା ସହ ଓଡ଼ିଶା ବିକାଶଧାରାକୁ ଆଗକୁ ନେବାକୁ ସହଯୋଗ ଲୋଡ଼ିଛନ୍ତି ବିଧାୟକ । ବାଚସ୍ପତିଙ୍କ ନେତୃତ୍ବରେ ଦିଲ୍ଲୀ ଯାଇଛନ୍ତି ୨୪ ଜଣିଆ ବିଧାୟକ ଟିମ । ଏହି ଟିମରେ ବିଜେଡିର ୧୫, ବିଜେପିର ୬, କଂଗ୍ରେସର ୩ ଓ ସିପିଆଇଏମର ଜଣେ ବିଧାୟକ ସାମିଲ ହୋଇଛନ୍ତି।

କେବଳ ସେତିକି ନୁହେ ରାଷ୍ଟ୍ରପତିଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ, ରୁପାର ଜଗନ୍ନାଥଙ୍କ ମୂର୍ତ୍ତି, ଓଡ଼ିଶାର କଳା ସଂସ୍କୃତି ଉପରେ ଅନେକ ଚିତ୍ର ଉପହାର ସ୍ବରୂପ ଦିଆଯାଇଛି । ପୂର୍ବରୁ ଓଡ଼ିଶା ବିଧାନସଭାର ସଦସ୍ୟ ଥିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଗୃହରେ ମନ୍ତ୍ରୀ ଭାବେ ମଧ୍ୟ ନିଜର ଦକ୍ଷତା ଦେଖାଇ ସାରିଛନ୍ତି ଦ୍ରୌପଦୀ ମୁର୍ମୁ ।