କୋଭିଡ୍ ପରିଚାଳନାକୁ ବିପର୍ଯ୍ୟୟ ଆଇନ-୨୦୦୫ରୁ ବାଦ୍ ଦେବାକୁ ବିଜ୍ଞପ୍ତି ଜାରି

କରୋନା ସଂକ୍ରମଣ ମାମଲା ହ୍ରାସ ପାଇବା ପରେ ରାଜ୍ୟ ସରକାର ସମସ୍ତ ପ୍ରକାରର କୋଭିଡ୍ କଟକଣାକୁ ହଟାଇ ଦେଇଛନ୍ତି ।

0

(ଭୁବନେଶ୍ୱର) : କରୋନା ସଂକ୍ରମଣ ମାମଲା ହ୍ରାସ ପାଇବା ପରେ ରାଜ୍ୟ ସରକାର ସମସ୍ତ ପ୍ରକାରର କୋଭିଡ୍ କଟକଣାକୁ ହଟାଇ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଅନ୍ତର୍ଗତ କୋଭିଡ୍ ପରିଚାଳନା କରାଯାଉଥିବାବେଳେ ଓଡ଼ିଶା ସରକାର ମାର୍ଚ୍ଚ ୨୮ତାରିଖରେ ଏହି କୋଭିଡ୍ ପରିଚାଳନାକୁ ବିପର୍ଯ୍ୟୟ ଆଇନ-୨୦୦୫ରୁ ବାଦ୍ ଦେବାକୁ ବିଜ୍ଞପ୍ତି ଜାରି କରିଛନ୍ତି ।

ସୂଚନାନୁଯାୟୀ , ସମଗ୍ର ଦେଶରେ କରୋନା ସଂକ୍ରମଣ ମାମଲା ହ୍ରାସ ଓ କେନ୍ଦ୍ର ସରକାର ବିପର୍ଯ୍ୟୟ ଆଇନରୁ କୋଭିଡ୍ ପରିଚାଳନାକୁ ବାଦ୍ ଦେବା ସଂକ୍ରାନ୍ତ ବିଜ୍ଞପ୍ତି ମାର୍ଚ୍ଚ ୨୨ତାରିଖରେ ଜାରି କରିବା ସହ ସମସ୍ତ ରାଜ୍ୟକୁ ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ ।

ତେବେ ରାଜ୍ୟରେ କୋଭିଡ୍ ମାମଲା ବୃଦ୍ଧି ପାଇଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପରାମର୍ଶ ଆଧାରରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତ୍ୱରିତ୍ କାର୍ଯ୍ୟାନୁଷ୍ଠାନ ଓ ପଦକ୍ଷେପ ନେଇପାରିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ।