ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ ଦିନକୁ ଦିନ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି।

0

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜଧାନୀରେ ଘନ କୁହଡ଼ି ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ୧୦ ମିଟର ଦୂରରୁ ମଧ୍ୟ ରାସ୍ତା ଦେଖାଯାଉ ନଥିଲା। ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଥିଲା।

ସୂଚନାନୁଯାୟୀ , ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ। ୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ। ଭୁବନେଶ୍ୱରରେ ୨୩ ଓ ୨୪ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।