ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା !

0

ଭୁବନେଶ୍ବର: ରାଜ୍ୟରେ ଏବେ ବର୍ଷା ଲାଗି ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ଆଗାମୀ ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଏନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଅନ୍ୟପଟେ ଦକ୍ଷିଣ ଛତିଶଗଡ଼ ଉପରେ ଲଘୁଚାପ ଅବପାତର ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଏହା ଭବାନୀପାଟଣାଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ। ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦେଇଛି। ସୂଚାନଯୋଗ୍ୟ ଯେ ଆସନ୍ତା  ୧୭/୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ।