ବିଦ୍ୟୁତ ତାର ଛିଣ୍ଡି ତିନି ଟ୍ରେନ ଅଟକିଲା

0

(ସନ୍ତୋଷ କୁମାର ଲମ୍ବଟ): କୋରାପୁଟର ଭାଲୁମୁସ୍କା-ଲିଲିଗୁମା ମଧ୍ୟରେ ଥିବାର ରେଲୱେ ଲାଇନ୍ ଉପରେ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଛି। ଏଥିଯୋଗୁଁ ଟ୍ରେନ୍ ଚଳାଚଳ ବ୍ୟାହତ ହୋଇଛି। ଟିକିରିରେ ବିଶାଖାପାଟଣା-କୋରାପୁଟ ଡିଏମ୍ୟୁ ଅଟକି ରହିଛି। ସେହିପରି ଭାଲୁମୁସ୍କାରେ ରାଉରକେଲା ଏକ୍ସପ୍ରେସ୍ ଅଟକି ରହିଥିବା ବେଳେ ଶିକରପାଇ ନିକଟରେ ହୀରାଖଣ୍ଡ ଏକ୍ସପ୍ରେସ ଅଟକି ରହିଛି। ଟେକ୍ନିସିଆନ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମରାମତି ଜାରି ରଖିଛନ୍ତି ।