ଅନୁଗୁଳ:ଓଡିଶା ଏକ ପର୍ଯ୍ୟଟନ କ୍ଷେତ୍ର | ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି ସେହି ଭିତରୁ ଅନୁଗୁଳୁରେ ଥିବା ସାତକୋଶିଆ ଅନ୍ୟତମ | ସେହିପରି ସାତକୋଶିଆକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି |କେବଳ ସାତକୋଶିଆ ନୁହେଁ ଏହା ସହ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ୧୯୭୧ ମସିହାରେ ଇରାନରେ ରାମସାର କନଭେନ୍ସନ ସ୍ୱାକ୍ଷରିତ ହୋଇଥିଲା । ଏଥିରେ ଭାରତ ମଧ୍ୟ ଚୁକ୍ତିବଦ୍ଧ ପକ୍ଷ ରହିଛି । ଫେବୃଆରୀ ପହିଲା ୧୯୮୨ରେ ଭାରତ ଏଥିରେ ସ୍ୱାକ୍ଷର କରିଥିଲା ।ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି ।
ରାମସାର କ୍ଷେତ୍ର ଘୋଷଣାର ଉଦ୍ଦେଶ୍ୟ ହେଉଛି ବିଶ୍ୱର ଆର୍ଦ୍ରଭୂମିକୁ ସୁରକ୍ଷିତ ରଖିବା । ଅନ୍ତର୍ଜାତୀୟ ସ୍ତରରେ ଏହା ଏକ ବଡ଼ ପଦକ୍ଷେପ ବିଚାର କରାଯାଏ । ଏହା ପୂର୍ବରୁ ଚିଲିକା ଓ ଭିତରକନିକା ଅଞ୍ଚଳକୁ ଏହି ମାନ୍ୟତା ମିଳିସାରିଛି । ଚଳିତ ଥର ତାମିଲନାଡ଼ୁର ୬ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଥିବା ବେଳେ ଓଡ଼ିଶା, ଗୋଆ, କର୍ଣ୍ଣାଟକ, ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ କ୍ଷେତ୍ରକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି ।
ସେହିପରି ସାତକୋଶିଆ ସମେତ ଦେଶରେ ମୋଟ୍ ୧୨ ଲକ୍ଷ ୫୦ ହଜାର ୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ ଏହି ମାନ୍ୟତା ମିଳିଛି । ଆର୍ଦ୍ରଭୂମିକୁ ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏ ମନ୍ୟାତା ୟୁନିସ୍କୋ ଦେଇଥାଏ । ତା’ର ସୁରକ୍ଷା ମଧ୍ୟ ସେହି ଢ଼ଙ୍ଗରେ କରାଯାଇଥାଏ ।