ସ୍କୁଲ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର , ହତ୍ୟା ନା ଆତ୍ମହତ୍ୟା ?

ସ୍କୁଲ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ସହର ମହାଦେବ ସ୍କୁଲ ପରିସରରେ ।

0

(ନବରଙ୍ଗପୁର) : ସ୍କୁଲ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ସହର ମହାଦେବ ସ୍କୁଲ ପରିସରରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ।

ସୂଚନାନୁଯାୟୀ, ନବରଙ୍ଗପୁର ସହର ମହାଦେବ ସ୍କୁଲ ପରିସରରେ ଆଜି ସକାଳୁ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ନବରଙ୍ଗପୁର ସହର ଧୋବା ସାହିର ରଞ୍ଜିତ ନାୟକ।