ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା 7.15ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । 8 ଟି ପ୍ରସ୍ତାବରେ କ୍ୟାବିନେଟର ମୋହର ବାଜିବା ନେଇ ସୂଚନା । ବିଧାନସଭାର ଶୀତ କାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମେକ ଇନ ଓଡିଶା କନକ୍ଲେଭ 2022 ଓ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ପ୍ରସ୍ତାବରେ ମୋହର ମାରିବ ରାଜ୍ୟ କ୍ୟାବିନେଟ ।
ବୈଠକରେ ପଞ୍ଚାୟତିରାଜ ଏବଂ ପାନୀୟ ଜଳ, କ୍ରୀଡା, ଶିଳ୍ପ ଓ ଓଡିଆ, ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ବିଭିନ୍ନ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଜରିଆରେ ବୈଠକର ଅଧ୍ୟକ୍ଷତାରେ କରିବେ । ସେହିପରି ମନ୍ତ୍ରୀ ଗଣ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଯୋଡି ହେବେ ।