ଧାମନଗର ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ ; ବୁଥରେ ୧୦୦୮ ପୋଲିଂ ପାର୍ଟି ନିୟୋଜିତ

0

ଧାମନଗର : ଗୁରୁବାର ହେବାକୁଥିବା ଧାମନଗର ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ । ଆସନ୍ତା କାଲି ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବୁଥ ରେ ସବୁ ପ୍ରକାର ପୋଲିଂ ପର୍ସନ ନିୟୋଜିତ ହୋଇ ସାରିଛନ୍ତି । ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି । ବର୍ତ୍ତମାନ ସାଇଲେଣ୍ଟ ପିରିୟଡ଼ ଚାଲିଛି । ଏହି ସମୟରେ ଚେକିଂ କଡାକଡି କରାଯାଉଛି। ଆସନ୍ତା କାଲି ସକାଳ ୭ ରୁ ୬.୩୦ ପର୍ୟ୍ୟନ୍ତ ସମସ୍ତ ଏକ୍ସିଟ ପୋଲକୁ ବ୍ୟାନ କରାଯାଇଛି ।

ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥା ବାର୍ତ୍ତା ହୋଇ ପାରିବେ ନାହିଁ । ଯଦି କେହି ନିୟମ ଉଲଂଘନ କଲା ତେବେ ତାଙ୍କୁ ଆରେଷ୍ଟ କରାଯିବ । ଭୋଟର ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡ଼କ୍ୟୁମେଣ୍ଟ ଦେଖାଇ ବି ଭୋଟ ଦେଇ ପାରିବେ । ସକାଳ ୭ ରୁ ସନ୍ଧ୍ୟା ୬ ଟା ପର୍ୟ୍ୟନ୍ତ ଭୋଟ ଗ୍ରହଣ ହେବ । ଏହା ପୂର୍ବରୁ ମକପୋଲ ହେବ। ମୋଟ ୨୫୨ ବୁଥ ରହିଛି । ତାହା ମଧ୍ୟରୁ ୧୧୦ ସମ୍ବେଦନଶୀଳ ବୁଥ ରହିଛି । ଆଉ ସେଥି ମଧ୍ୟରୁ ୧୨୬ ଟି ୱେବ କାଷ୍ଟିଂ ହେବ । ୨୫ ଟି ମାଇକ୍ରୋ ଅଵଜରର୍ଭର ରହିଛନ୍ତି। ୧୫ ଟି ମଡେଲ ବୁଥ ଓ ୫ ଟି ପିଙ୍କ ବୁଥ କରାଯାଇଛି । ସାଇଲେଣ୍ଟ ପିରିୟଡ଼ ଠୁ ନେଇ ଭୋଟ ପର୍ୟ୍ୟନ୍ତ ମଦ ବିକ୍ରି ମନା । ୪ ଟି ସେଣ୍ଟ୍ରାଲ ଟିମ ଓ ୧୦୦୦ ଜଣ ପୋଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି ।