ମହାମୁକାବିଲା ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଟିମ୍‌ ଇଣ୍ଡିଆ

0

ନୂଆଦିଲ୍ଲୀ: ଆରମ୍ଭ ହେବାକୁ ଯାଉଛି ମହାମୁକାବିଲା | ସେଥିପାଇଁ ଜୋରଦାର ପ୍ରସ୍ତୁତିମଧ୍ୟ କରୁଛି ଟିମ ଇଣ୍ଡିଆ | ବିଶ୍ୱକପ୍‌ ୨୦୨୨ ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଟିମ୍‌ ଇଣ୍ଡିଆ। ଅଷ୍ଟ୍ରେଲିଆ ଯିବା ପୂର୍ବରୁ ଫଟୋଶୁଟ୍‌ କରିଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଖେଳାଳି। ଆସନ୍ତା ଅକ୍ଟୋବର ୧୬ ରୁ ଆରମ୍ଭ ହେଉଛି ଟି-୨୦ ବିଶ୍ବକପ୍‌ ମହାକୁମ୍ଭ । ରୋହିତ ଶର୍ମାଙ୍କ ଅଧିନାୟକତ୍ବରେ ଭାରତୀୟ ଟିମ୍‌ ଗୁରୁବାର ସକାଳୁ ସକଳୁ ଟି-୨୦ ବିଶ୍ବକପ୍‌ ପାଇଁ ଅଷ୍ଟ୍ରେଲିଆ ଗସ୍ତ କରିିଛି। ବିସିସିଆଇ ପକ୍ଷରୁ ଏନେଇ ଟ୍ବିଟରରେ ଏକ ଫଟୋ ପୋଷ୍ଟ କରି ସୂଚନା ଦିଆଯାଇଛି।ଏହା ସହିତ କିଛି ଖେଳାଳି ନିଜର ପର୍ସନାଲ ଟ୍ଵିଟର ଆକାଉଣ୍ଟରେ ସେୟାର ମଧ୍ୟ କରିଛନ୍ତି।

ବିଶ୍ୱକପ୍ ମିଶନ୍କୁ ସଫଳ କରିବାକୁ ଅଷ୍ଟ୍ରେଲିଆରେ ପହଞ୍ଚିଛି ଟିମ ଇଣ୍ଡିଆ । ତେବେ ମୁମ୍ବାଇ ବିମାନ ବନ୍ଦରରୁ ଦଳ ସିଧା ଯାଇ ପର୍ଥରେ ପହଞ୍ଚିଛି । ବିଶ୍ୱକପରେ ଭାରତୀୟ ଟିମ୍ ସୁପର-୧୨ ଗ୍ରୁପର ଗ୍ରୁପ ୨ରେ ରହିଛି । ଟିମ୍ ଇଣ୍ଡିଆର ବିଶ୍ୱକପ୍ ଦଳ: ରୋହିତ ଶର୍ମା (ଅଧିନାୟକ), କେ ଏଲ ରାହୁଲ (ଉପ-ଅଧିନାୟକ),ବିରାଟ କୋହଲି, ସୂର୍ଯ୍ୟକମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନୀ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ ଓ ଅର୍ଶଦୀପ ସିଂହ କିନ୍ତୁ ଅଷ୍ଟ୍ରେଲିଆ ଯିବା ପୂର୍ବରୁ ବୁମ୍‌ରାହଙ୍କ ପିଠିରେ ଆଘାତ ଲାଗିବା କାରଣରୁ ଦଳରୁ ବାଦ୍‌ ପଡ଼ିଥିଲେ। ବିସିସିଆଇ ବର୍ତ୍ତମାନ ସୁଦ୍ଧା ବୁମରାହଙ୍କ ବଦଳରେ କିଏ ଖେଳିବେ ସେନେଇ କୌଣସି ଘୋଷଣା କରିନଥିବାରୁ, ଫଟୋରେ ୧୫ଜଣଙ୍କ ବଦଳରେ ୧୪ଜଣ ଖେଳାଳୀଙ୍କୁ ଦେଖିବାକୁ ମିଳିଥିଲା।

ଟିମ୍ ଇଣ୍ଡିଆର ବିଶ୍ୱକପ୍ ଅଭିଯାନ ଅକ୍ଟୋବର ୨୩ରୁ ଆରମ୍ଭ ହେବ । ଯାହାକିି ପାକିସ୍ତାନ ବିରୋଧରେ ଖେଳିବ ଟିମ୍ ଇଣ୍ଡିଆ । କିଛି ଦିନ ତଳେ ହିଁ ଭାରତୀୟ ଟିମ୍ ନିଜ ମାଟିରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି । ତେବେ  ବିସିସିଆଇ ପକ୍ଷରୁ ଛଡାଯାଇଥିବା ଫଟୋଟି ବେଶ ଭାଇରଲ ହେବାରେ ଲାଗିଛି |