୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା

ଆଗାମୀ ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ୨୬, ୨୭ ଓ ୨୮ ତାରିଖରେ ପାଗ ଶୁଖିଲା ରହିବ।

0

(ଭୁବନେଶ୍ୱର) : ଆଗାମୀ ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ୨୬, ୨୭ ଓ ୨୮ ତାରିଖରେ ପାଗ ଶୁଖିଲା ରହିବ। କିନ୍ତୁ ୨୬ ଓ ୨୭ ତାରିଖରେ କିଛି କିଛି ସ୍ଥାନରେ କୁହୁଡ଼ି ଓ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

 

ସୂଚନାନୁଯାୟୀ , ସେହିପରି ଆଜି ରାତି ଓ କାଲି(ମଙ୍ଗଳବାର) ସକାଳ ପାଇଁ ଘନ କୁହୁଡ଼ି ନେଇ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର। ଆଗାମୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।